ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ ହେବ। ଅର୍ଥାତ୍ ଏଣିକି ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ୍ ୩,୦୯,୮୫,୫୩୮ ହିତାଧିକାରୀଙ୍କୁ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିମଧ୍ୟରେ ୧୮ରୁ ୪୪ବର୍ଷ ବର୍ଗର ୧,୯୩,୮୧,୬୯୩ ଜଣ ଏବଂ ୧,୧୬,୦୩,୮୪୫ଜଣ ୪୫ବର୍ଷ ଓ ଏହାଠାରୁ ଊର୍ଦ୍ଧ୍ୱ ବୟସର ହିତାଧିକାରୀ ରହିଛନ୍ତି। ଏବେ ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସରକାର ନିର୍ଦ୍ଦେଶ ଦେଇଥିବାରୁ କେଉଁ ଜିଲାରେ କେତେଜଣ ହିତାଧିକାରୀ ଟିକା ନେବେ ସେ ନେଇ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ତାଲିକା ପ୍ରସ୍ତୁତ କରିଛି। କେନ୍ଦ୍ର ସରକାର ପଠାଇଥିବା ଓ ରାଜ୍ୟ ସରକାର
କିଣିଥିବା ଟିକା ଲୋକଙ୍କୁ ଦିଆଯିବ। ଟିକାକରଣ ପାଇଁ ପ୍ରତି ବ୍ଲକ ଓ ଏନ୍ଏସିରେ ୫ଟି ଲେଖାଏ ସେସନ୍ କରାଯିବ। ପୌରପରିଷଦରେ ୧୦ଟି ଓ ମହାନଗର ନିଗମରେ ୨୦ଟି ସେସନ୍ କରାଯିବ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି କରାଯାଇଛି। ସୁବିଧା ଅନୁସାରେ ଟିକାକରଣ ପାଇଁ ଅନ୍ଲାଇନ୍ ବା ଅଫ୍ଲାଇନ୍ରେ ପଞ୍ଜୀକରଣ କରିବାକୁ ଜିଲାଗୁଡ଼ିକୁ କୁହାଯାଇଛି। ସେହିପରି ଟିକାର ଦ୍ୱିତୀୟ ଡୋଜ୍ ନେବାକୁ ଥିବା ଲୋକେ ଯେପରି ଠିକ୍ ସମୟରେ ଟିକା ନେଇପାରିବେ, ତାହା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ରହିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଘରେ ରହି ରଜ ପାଳନ କରନ୍ତୁ: ଏଡିଜି
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ ଓ ଶଟ୍ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି।...
ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍
ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ...
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...
ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା...
ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି...
କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’
ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ...
ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...
‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି...


