ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲୋକଙ୍କ ସୁବିଧା ପାଇଁ ଭୋଟ କେନ୍ଦ୍ରରେ ଟିକାଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏହା ସହିତ ଟିକାଦାନ ଅଭିଯାନକୁ ସଫଳ କରିବା ଲାଗି ସରକାରଙ୍କ ପକ୍ଷରୁ ଘର ଘର ବୁଲି ଲୋକଙ୍କୁ ସଚେତନ କରାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବଶ୍ୟକ ଡୋଜ୍‌ ମିଳିଲେ ରାଜଧାନୀ ଦିଲ୍ଲୀର ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଏକ ମାସ ମଧ୍ୟରେ ଟିକାଦାନ କରାଯିବା କାର୍ଯ୍ୟ ଶେଷ ହେବ ବୋଲି କେଜରିଓ୍ବାଲ କହିଛନ୍ତି। ଦିଲ୍ଲୀରେ ୪୫ ବର୍ଷରୁ ଅଧିକ ବୟସ୍କ ୫୭ ଲକ୍ଷ ଲୋକ ଅଛନ୍ତି। ଇତିମଧ୍ୟରେ ୨୭ ଲକ୍ଷଙ୍କୁ ଟିକାଦାନ କରାଯାଇଛି। ଅବଶିଷ୍ଟ ୩୦ ଲକ୍ଷଙ୍କୁ ଆସନ୍ତା ଏକମାସ ମଧ୍ୟରେ ଟିକାଦାନ ପ୍ରକ୍ରିୟା ଶେଷ ହେବ ବୋଲି ସେ କହିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.