ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ ମେ’ ମାସରେ ଆରମ୍ଭ ହୋଇଥିଲେ ବି ମାତ୍ର ୫ଟି ମହାନଗର ନିଗମ ଓ ୬ ଜିଲା ସଦର ମହକୁମା ପୌରାଞ୍ଚଳ ଓ ଏନ୍ଏସିରେ ଟିକାକରଣ ଚାଲିଥିଲା। ଏବେ ଏହା ଅଧିକ ଜିଲାକୁ ସମ୍ପ୍ରସାରିତ କରାଯାଇଛି। ଆଉ ୨୨ଟି ଜିଲା ସଦର ମହକୁମା ପୌରାଞ୍ଚଳ ଓ ଏନ୍ଏସିକୁ ସମ୍ପ୍ରସାରିତ କରାଯାଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ, ଜିଲା ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଚଳିତ ମାସରେ ରାଜ୍ୟକୁ ୬,୪୫,୭୯୦ ଡୋଜ୍ କୋଭିଶିଲ୍ଡ ଟିକା ଆସୁଛି। ପ୍ରଥମ ଡୋଜ୍ ପାଇଁ ଜିଲାଗୁଡ଼ିକୁ ନିଜ ନିଜର ଆବଶ୍ୟକତା ଅନୁସାରେ ଏହି ଟିକା ବଣ୍ଟନ କରାଯିବ। ଫଳରେ ୧୮ରୁ ୪୪ ବର୍ଷ ବୟସ ବର୍ଗର ଲୋକଙ୍କୁ ଟିକା ଦେବା ସହଜ ହେବ ବୋଲି ଚିଠିରେ ଦର୍ଶାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.