ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ରାଜ୍ୟରେ ଶ୍ରମିକ ବା କର୍ମଚାରୀ ଭାବେ କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକା ଦେବା ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଯେହେତୁ କୋଓ୍ବିନ ପୋର୍ଟାଲରେ ପଞ୍ଜୀକରଣ ନିମନ୍ତେ ସେମାନଙ୍କ ପାଖରେ କୌଣସି ପରିଚୟପତ୍ର ନ ଥାଇପାରେ, ତେଣୁ ବିନା ପରିଚୟପତ୍ରରେ ସେମାନଙ୍କୁ ଟିକା ଦେବା ନେଇ କେନ୍ଦ୍ର ସରକାର ଯେଉଁ ଏସ୍ଓପି ଜାରି କରିଛନ୍ତି, ସେହି ଆଧାରରେ ଟିକାକରଣ କରିବା ଲାଗି ଅତିରିକ୍ତ ମୁଖ୍ୟ ଶାସନ ସଚିବ ମହାପାତ୍ର କହିଛନ୍ତି।
ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା।...
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...
ନବମ, ଦଶମ ଶ୍ରେଣୀ ସିଲାବସ୍ କମିବ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍...
ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ
ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ...
ଟିକା ନେଲେ ଜରାଶ୍ରମ ଅନ୍ତେବାସୀ
ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ...
ସିବିଏସ୍ଇ, ସିଆଇଏସ୍ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା
ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ ସ୍କୁଲ୍ ସାର୍ଟିଫିକେଟ୍ ଏଜୁକେଶନ (ସିଆଇଏସ୍ସିଇ)ର ଦ୍ୱାଦଶ ବୋର୍ଡ...
ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ
ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...
କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ
ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍ଫେରେନ୍ସି ଜରିଆରେ...


