ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ରାଜ୍ୟରେ ଶ୍ରମିକ ବା କର୍ମଚାରୀ ଭାବେ କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକା ଦେବା ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଯେହେତୁ କୋଓ୍ବିନ ପୋର୍ଟାଲରେ ପଞ୍ଜୀକରଣ ନିମନ୍ତେ ସେମାନଙ୍କ ପାଖରେ କୌଣସି ପରିଚୟପତ୍ର ନ ଥାଇପାରେ, ତେଣୁ ବିନା ପରିଚୟପତ୍ରରେ ସେମାନଙ୍କୁ ଟିକା ଦେବା ନେଇ କେନ୍ଦ୍ର ସରକାର ଯେଉଁ ଏସ୍ଓପି ଜାରି କରିଛନ୍ତି, ସେହି ଆଧାରରେ ଟିକାକରଣ କରିବା ଲାଗି ଅତିରିକ୍ତ ମୁଖ୍ୟ ଶାସନ ସଚିବ ମହାପାତ୍ର କହିଛନ୍ତି।
ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା
ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...
ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର
ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ...
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...
୮ ଦିନର ବିବାହରେ ଏମିତି କ’ଣ ହେଲା
ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...


