ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ ପତ୍ରକୁ ହିତାଧିକାରୀମାନେ ବ୍ୟବହାର କରିବା ପାଇଁ ବ୍ୟବସ୍ଥା ରହିଛି। ନିକଟରେ ୟୁନିକ୍ ଡିଜାବିଲିଟି ଆଇଡେଣ୍ଟିଫିକେଶନ କାର୍ଡ(ୟୁଡିଆଇଡି)କୁ ମଧ୍ୟ ସାମିଲ କରାଯାଇଥିଲା। ଏବେ ଏଥିରେ ରାଜ୍ୟ ସରକାର ରାଶନ କାର୍ଡକୁ ମଧ୍ୟ ସାମିଲ କରିଛନ୍ତି। ରାଶନ କାର୍ଡରେ ନାମ, ଲିଙ୍ଗ, ଫଟୋ ଏବଂ ବୟସ ରହିଥିବାରୁ ଏହାକୁ ଟିକାକରଣ ସମୟରେ ପରିଚୟପତ୍ର ଭାବେ ବ୍ୟବହାର କରିହେବ। ଏହା ବିପିଏଲ୍ ବା ଅନ୍ତ୍ୟୋଦୟ ବର୍ଗର ହିତାଧିକାରୀଙ୍କୁ ମଧ୍ୟ ସହଯୋଗ କରିବ। ତେଣୁ ପ୍ରୋଗ୍ରାମ ଅଫିସର, ମ୍ୟାନେଜର, ଭ୍ୟାକ୍ସିନେଟରଙ୍କୁ ଏ ସମ୍ପର୍କରେ ଜଣାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.