ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ ପ୍ରଥମ ଥର ପାଇଁ ରାଜସ୍ଥାନ ବିକାନେର୍ ସହରରେ ଘର ଘର ବୁଲି ଟିକାଦାନ କରାଯିବ। ସୋମବାରଠାରୁ ଏହି ଅଭିଯାନ ଆରମ୍ଭ ହେବ। ୪୫ ବର୍ଷ ଏବଂ ଏହାଠାରୁ ଅଧିକ ବୟସ୍କଙ୍କୁ ଘରେ ଟିକା ଦିଆଯିବାର ଯୋଜନା କରାଯାଇଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ମଧ୍ୟ ଜାରି କରାଯାଇଛି। ଏହି ନମ୍ବର ମାଧ୍ୟମରେ ଅନ୍ଲାଇନ୍ ପଞ୍ଜିକରଣ ମଧ୍ୟ କରାଯାଇ ପାରିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କମ୍ ସେ କମ୍ ୧୦ ଜଣଙ୍କ ପଞ୍ଜିକରଣ କରାଗଲେ ଟିକାଦାନ କରାଯିବ। ଏନେଇ ମେଡ଼ିକାଲ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ଟିକାଦାନ ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କିଛି ସମୟ ପାଇଁ ଅନୁଧ୍ୟାନରେ ରଖାଯିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.