ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ ଫେରାଇ ଆଣିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ସରକାରୀ ସହାୟତାରେ କେତେକ ଘରୋଇ ହସ୍ପିଟାଲରେ ଟିକାକରଣ କେନ୍ଦ୍ର ଖୋଲାଯାଇଥିଲା।
ରାଜ୍ୟ ସରକାରଙ୍କ ପକ୍ଷରୁ ସେହିସବୁ କେନ୍ଦ୍ରକୁ ମାଗଣାରେ ଟିକା ଯୋଗାଇ ଦିଆଯାଉଥିଲା। ଇତିମଧ୍ୟରେ କେନ୍ଦ୍ର ସରକାର ୧୮ରୁ ୪୪ ବର୍ଷ ବର୍ଗର ସମସ୍ତ ବ୍ୟକ୍ତିଙ୍କୁ ମାଗଣା ଟିକା ଯୋଗାଇ ଦେଉଛନ୍ତି। ତେବେ ସେହି ଟିକା ଘରୋଇ ହସ୍ପିଟାଲକୁ ଯୋଗାଇବାକୁ ବାରଣ କରାଯାଇଛି। ଯଦି କୌଣସି ଘରୋଇ ହସ୍ପିଟାଲ ଟିକାକରଣ କରିବାକୁ ଚାହିଁବେ ତେବେ ସେମାନେ ନିଜେ ଟିକା ଖରିଦ କରିବାକୁ ସଂଶୋଧିତ ଗାଇଡ୍ଲାଇନରେ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.