ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ଏଆଇସିସି ସମ୍ପାଦକ ତଥା ଏମ୍‌ପି ସପ୍ତଗିରି ଉଲ୍ଲାକା, ବିଧାୟକ ସୁରେଶ ରାଉତରାୟ ଏବଂ ମହମ୍ମଦ ମୋକିମ ପ୍ରମୁଖ କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ୧୮ରୁ ୪୪ ବର୍ଷୀୟଙ୍କ ଲାଗି ରାଜ୍ୟରେ ଟିକା ପାଇଁ ଅର୍ଡର ଦିଆସରିଛି ବୋଲି ୨୫ ଏପ୍ରିଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଟୁଇଟ୍‌ ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ଉଦ୍ଦିଷ୍ଟ ବୋଲି ପ୍ରଦୀପ ମାଝି କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତବେଳେ ଟିକାକରଣକୁ ନେଇ ମୁଖ୍ୟମନ୍ତ୍ରୀ କିଛି କହି ନ ଥିବାବେଳେ ଏବେ ଚିଠି ଲେଖିବା ଏକ ନାଟକବାଜି ବୋଲି ସେ ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ୨୦୨୧ରେ କରୋନାକୁ ହରାଇଛୁ ବୋଲି ଯେଉଁ ଘୋଷଣା କରିଥିଲେ ତାହା ଏକ ପ୍ରତାରଣା ଥିଲା ବୋଲି ନବନିଯୁକ୍ତ ଏଆଇସିସି ସମ୍ପାଦକ ସପ୍ତଗିରି ଉଲ୍ଲାକା କହିଛନ୍ତି। କେନ୍ଦ୍ରର କୋଓ୍ବିନ ପୋର୍ଟାଲ ମାଧ୍ୟମରେ ଆଦିବାସୀ ଅଞ୍ଚଳରେ ଭାକ୍ସିନ ପାଇବା ପାଇଁ ରେଜିଷ୍ଟ୍ରେଶନ କରିବା ସମ୍ଭବ ନୁହେଁ। ସେହି ଅଞ୍ଚଳକୁ କୋଓ୍ବିନ ପୋର୍ଟାଲରୁ ବାଦ୍‌ ଦିଅନ୍ତୁ ବୋଲି ଉଲ୍ଲାକା ଦାବି କରିଛନ୍ତି। ସେହିପରି ବିଧାୟକ ସୁରେଶ ରାଉତରାୟ କହିଛନ୍ତି, କୋଭିଡ୍‌ ନିୟନ୍ତ୍ରଣରେ ସରକାର ସମ୍ପୂର୍ଣ୍ଣ ବିଫଳ। ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ସରକାର ଶୀଘ୍ର ଘର ଘର ବୁଲି ଟେଷ୍ଟିଂ କରି ନିଃଶୁଳ୍କ ଟିକା ଦିଅନ୍ତୁ, ନଚେତ ହଜାର ହଜାର ଲୋକ ପୋକମାଛି ପରି ମରିବେ। ଖାଲି ଲକ୍‌ଡାଉନ ଓ ଶଟ୍‌ଡାଉନ ନ କରି ସମସ୍ତଙ୍କୁ ଟିକା ଦେବାକୁ ପଡ଼ିବ ବୋଲି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ କହିଛନ୍ତି। କାର୍ଯ୍ୟକାରୀ ସଭାପତି ମାଝିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜଭବନ ସମ୍ମୁଖରେ ପ୍ଲାକାର୍ଡ ଧରି ପ୍ରତିବାଦ କରିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏଥିରେ ପିସିସିର ପୂର୍ବତନ ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ରଶ୍ମି ମହାପାତ୍ର ପ୍ରମୁଖ ଅଂଶଗ୍ରହଣ କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.