ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ ଟିକାକରଣ କେନ୍ଦ୍ର ସମେତ ୧୦ଟି ଡ୍ରାଇଭ ଇନ୍‌ ଭାକ୍ସିନେଶସନ କେନ୍ଦ୍ରରେ ମଧ୍ୟ ଟିକା କରଣ କରାଯାଉଛି। ଏହି ତାଲିକାରେ ଏବେ ଆଉ ୪ଟି ସ୍ଥାନ ଯୋଡି ହୋଇଛି। ସତ୍ୟନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଜୟଦେବ ବିହାରସ୍ଥିତ ଇଏସ୍‌ଆଇ ହସ୍ପିଟାଲ, ୟୁନିଟ-୪ସ୍ଥିତ ସିଜିଏଚ୍‌ଏସ୍‌ ହସ୍ପିଟାଲ ଓ ଭରତପୁରସ୍ଥିତ ସେଣ୍ଟ୍ରାଲ୍‌ ଆୟୁର୍ବେଦିକ ଇନ୍‌ଷ୍ଟିଚ୍ୟୁଟ୍‌ ଠାରେ ନୂତନ କେନ୍ଦ୍ର ଖୋଲା ଯାଇଛି। ଏଠାରେ ୧୮ରୁ ୪୪ବର୍ଗଙ୍କୁ ପ୍ରଥମ ଡୋଜ୍‌ ଏବଂ ୪୫ରୁ ଊର୍ଦ୍ଧ୍ୱ ବର୍ଗଙ୍କ ପାଇଁ ଉଭୟ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ପ୍ରଦାନ କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଏଠାରେ ଟିକାକରଣ କରାଯିବ। ଏନେଇ ସୋମବାର ସନ୍ଧ୍ୟା ୭ଟାରୁ ବୁକିଂ ଆରମ୍ଭ ହୋଇଯାଇଛି। ସକଳା ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଓ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉଭୟ ବର୍ଗଙ୍କୁ ଟିକା ଦିଆଯିବ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.