ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍ଡାଉନ୍ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍ ଶୋ’ରୁମ୍ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍ଟିଏ) ପକ୍ଷରୁ ଟୁଇଟର ମାଧ୍ୟମରେ ସୂଚନା ଦିଆଯାଇଛି। ଅଟୋମୋବାଇଲ୍ ଡିଲରଗୁଡ଼ିକ ଗୁରୁବାରଠାରୁ ବାହନ ଆପ୍ ମାଧ୍ୟମରେ ନୂତନ ଗାଡ଼ି ପଞ୍ଜୀକରଣ କରିପାରିବେ। ଏନେଇ ଅନୁମତି ପ୍ରଦାନ କରିବାକୁ ଏସ୍ଟିଏ ପକ୍ଷରୁ ଆର୍ଟିଓଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଡିଲରମାନେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ସମସ୍ତ କରୋନା କଟକଣାକୁ ମାନି ଶୋ’ରୁମ୍ ଖୋଲିବା ସହ ଗାଡ଼ି ବିକ୍ରୟ କରିପାରିବେ। ସୂଚନାଯୋଗ୍ୟ, ସଂକ୍ରମଣ ହ୍ରାସ ପାଇବା ପରେ ଗତ ୩୧ ତାରିଖରେ ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତି ଜିଲାରେ ନୂତନ ଗାଡ଼ି ପଞ୍ଜୀକରଣ ଏବଂ ବିକ୍ରୟ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.