ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗାଡ଼ି ଶୋ’ରୁମ୍ ଖୋଲିବା ସହ ଗାଡ଼ି ପଞ୍ଜୀକରଣ ନିମନ୍ତେ ଅନୁମତି ଦିଆଯାଇଛି। ଏନେଇ ସୋମବାର ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଟୁଇଟ୍ କରାଯାଇଛି। ଉକ୍ତ ୩ ଜିଲାରେ ସଂକ୍ରମଣ ହ୍ରାସକୁ ଦେଖି ରାଜ୍ୟ ସରକାର କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସୋମବାରରୁ ଶୁକ୍ରବାର ଦିନ ୭ଟାରୁ ୧ଟା ଯାଏ ମଲ୍ ଓ ସେଲୁନ୍ ବ୍ୟତୀତ ଅନ୍ୟ ଦୋକାନ ଖୋଲା ଯାଇପାରିବ ବୋଲି ରବିବାର ମୁଖ୍ୟ ଶାସନ ସଚିବ ଘୋଷଣା କରିଛନ୍ତି। ତେବେ ଗାଡ଼ି ଶୋ’ରୁମ୍ ଖୋଲାଯିବା ନେଇ ଅନୁମତି ମିଳିବା ପରେ ପରିବହନ ବିଭାଗ ପକ୍ଷରୁ ବିକ୍ରି ସହ ପଞ୍ଜୀକରଣ ଅନୁମତି ପ୍ରଦାନ କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କଟକଣା ରହିଥିବାରୁ ଗାଡ଼ି ଶୋ’ରୁମ୍ ବନ୍ଦ ରହିଥିବାବେଳେ ବିକ୍ରି ଓ ପଞ୍ଜୀକରଣ ହୋଇପାରୁନି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.