ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ସେ ନିଜ କ୍ୟାରିୟରରେ ୧୧୦ରୁ ଅଧିକ ଚଳଚ୍ଚିତ୍ର କରିଛନ୍ତି। ସେଥିମଧ୍ୟରୁ ସେ ୧୯୬୪ ମସିହାରେ ଫିଲ୍ମ ‘ଚା ଚା ଚା’ ଏବଂ ୧୯୬୬ ମସିହାରେ ଫିଲ୍ମ ‘ଷ୍ଟ୍ରିଟ ସିଙ୍ଗର’ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ। ସେ ରମାନନ୍ଦ ସାଗର ରାମାୟଣରେ ରାଜା ଦଶରଥଙ୍କ ସାଧାରଣ ମହାମନ୍ତ୍ରୀ ସୁମନ୍ତଙ୍କ ଭୂମିକାରେ ଅଭିନୟ କରିଥିଲେ। ସେ ଏହି ଭୂମିକାରୁ ବହୁ ଲୋକପ୍ରିୟତା ହାସଲ କରିଥିଲେ। ଚନ୍ଦ୍ରଶେଖର ରମାନନ୍ଦ ସାଗରଙ୍କର ଜଣେ ଘନିଷ୍ଠ ବନ୍ଧୁ ଥିଲେ। ଚନ୍ଦ୍ରଶେଖର ୧୯୨୩ ମସିହାରେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିଲେ। ସେ ମଧ୍ୟ ଭାରତ ଛାଡ ଆନ୍ଦୋଳନରେ ଭାଗ ନେଇଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.