କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ସୁପର ସ୍ପେଶିଆଲିଟି ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି ବୋଲି ଅଶ୍ୱିନୀ ହସ୍ପିଟାଲର ପଲମୋଲୋଜିଷ୍ଟି ଡା. ମାନସ ନାୟକ କହିଛନ୍ତି। ଗତ ୨୯ ତାରିଖରେ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋଲକାତା ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। କୋଲକାତାର ସୁପର ସ୍ପେଶିଆଲିଟି ହସ୍ପିଟାଲର ଏକ ୫ ଜଣିଆ ଟିମ୍ ଅଶ୍ୱିନୀ ହସ୍ପିଟାଲରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଛି। କୋଲକାତା ସ୍ଥିତ ଉକ୍ତ ହସ୍ପିଟାଲରେ ଏକ୍ମୋ(ଏକ୍ସଟ୍ରାକର୍ପୋରିଲ ମେମ୍ବ୍ରାନ୍ ଅକ୍ସିଜେନେସନ) ବ୍ୟବସ୍ଥା ଥିବାରୁ ପାଣିଗ୍ରାହୀଙ୍କୁ ସେଠାକୁ ସ୍ଥାନାନ୍ତର କରାଯିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.