ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା ପଠାଯାଇଛି। କଟକ ଅଶ୍ୱିନୀ ହସ୍ପିଟାଲରୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ବିମାନବନ୍ଦର ଅଣାଯାଇଥିଲା। ସେଠାରୁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ କୋଲକାତା ପଠାଯାଇଛି।
ସୂଚନାନୁଯାୟୀ, କରୋନାରେ ଆକ୍ରାନ୍ତ ହେବା ପରେ କଟକର ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଦେବାଶିଷ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା। ହେଲେ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ନ ହେବାରୁ ଇସିଏମ୍ଓ ଚିକିତ୍ସା ପାଇଁ ତାଙ୍କୁ କୋଲକାତାସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏଥିନିମନ୍ତେ କଟକର ହସ୍ପିଟାଲରୁ ବିମାନବନ୍ଦର ପର୍ଯ୍ୟନ୍ତ ଗ୍ରୀନ କରିଡର ବ୍ୟବସ୍ଥା କରାଯାଇଥିଲା। ଦିନ ୧ଟା ୧୦ ମିନିଟ୍ରେ ଆମ୍ବୁଲାନ୍ସ ବାହାରିଥିବା ବେଳେ ବିମାନବନ୍ଦରରେ ୧ଟା ୪୦ ମିନିଟ୍ରେ ପହଞ୍ଚିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.