ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି ଗାଁଗୁଡିକର ଠିକ୍ ମଳ ପରିଚାଳନା ଏବଂ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ମିଳିତ ଭାବେ ସୋମବାର ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସମସ୍ତ ଜିଲାପାଳ, ଜିଲାଗ୍ରାମ୍ୟ ଉନ୍ନୟନ ସଂସ୍ଥାଗୁଡିକର ପ୍ରକଳ୍ପ ନିର୍ଦ୍ଦେଶକ, ମ୍ୟୁନିସିପାଲ କର୍ପୋରେଶନ କମିଶନର, ସମସ୍ତ ମ୍ୟୁନିସିପାଲିଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ଏବଂ ସମସ୍ତ ବ୍ଲକର ବିଡିଓଙ୍କୁ ସୋମବାର ଏ ନେଇ ଜଣାଇ ଦିଆଯାଇଛି ା ପରିବେଶ ସୁରକ୍ଷା ଏବଂ ବୈଧାନିକ ବିଧି ବ୍ୟବସ୍ଥାର ଆବଶ୍ୟକତାକୁ ପୂରଣ କରିବା ଦିଗରେ ଏପରି ଉଦ୍ୟମର ଗୁରୁତ୍ୱ ସମ୍ପର୍କରେ ଜିଲାପାଳମାନଙ୍କୁ ଅବଗତ କରାଯାଇଛି।
ବାଲେଶ୍ୱର ମ୍ୟୁନିସିପାଲିଟି ନିକଟସ୍ଥ ୯୦ ପଞ୍ଚାୟତରେ ଏହାର ପାଇଲଟ୍ ପ୍ରକଳ୍ପ କରାଯାଇଥିଲା। ଏହି ଉଦ୍ୟମ ଉପଯୋଗୀ ହେବା ପରେ ସମଗ୍ର ରାଜ୍ୟରେ ଏହାକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି। ସେହିପରି ସହରଗୁଡିକଠାରୁ ୨୦ କି.ମି. ଭିତରେ ଅବସ୍ଥିତ ରାଜ୍ୟର ସମସ୍ତ ପଞ୍ଚାୟତର ମଳ ପରିଚାଳନା ନିମନ୍ତେ ସହର ସହିତ ସଂଲଗ୍ନ କରିବାକୁ ମଧ୍ୟ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
୪୫ ପୌରସଂସ୍ଥାରେ ମଳ ବିଶୋଧନାଗାର କାର୍ଯ୍ୟକ୍ଷମ ହୋଇଥିବାବେଳେ ଅନ୍ୟାନ୍ୟ ପୌରସଂସ୍ଥାଗୁଡିକରେ ଏହାର ନିର୍ମାଣ ଜାରି ରହିଛି। ସେହିପରି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ୧୧୪ ପୌରସଂସ୍ଥାରେ ମ୍ୟାଟେରିଆଲ ରିକଭରି ବ୍ୟବସ୍ଥା କରାଯାଇଛି ା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ପଞ୍ଚାୟତଗୁଡ଼ିକରୁ ୧୦୦% ଶୁଖିଲା ବର୍ଜ୍ୟବସ୍ତୁ କିପରି ନିର୍ଦ୍ଧାରିତ ପୌରସଂସ୍ଥା ଅଧୀନରେ ଥିବା ମ୍ୟାଟେରିଆଲ ରିକଭରି ଫାସିଲିଟିକୁ ଆସିପାରିବ ତାହା ପଞ୍ଚାୟତ ଉପରେ ନ୍ୟସ୍ତ କରାଯାଇଛି ା କେତେ ପରିମାଣର ଏବଂ କେତେଥର ଶୁଖିଲା ବର୍ଜ୍ୟବସ୍ତୁ ପଞ୍ଚାୟତଗୁଡିକରୁ ପୌରସଂସ୍ଥା ଅଧୀନରେ ଥିବା ମ୍ୟାଟେରିଆଲ ରିକଭରି ଫାସିଲିଟି ଆସିବ ତାହା ଗ୍ରାମପଞ୍ଚାୟତ ସ୍ଥିର କରିବ ା
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.