ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି ନ ଥିଲେ। ଶନିବାର ସକାଳୁ ଆମ୍ବ ଗଛରେ ଉଭୟଙ୍କ ମୃତଦହ ଝୁଲୁଥିବା ଅବସ୍ଥାରେ ମିଳିଛି। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ କୋଦଗାଡିଆ ମାଟିହଣା ସାହିରେ ଶନିବାର ଏଭଳି ଏକ ଦୁଖଃଦ ଘଟଣା ଘଟିିଛି।
ଖବର ପାଇ ଚମ୍ପୁଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଚମ୍ପୁଆ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୪/୨୦୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପାରିବାରିକ ଅଶାନ୍ତିରୁ ଦମ୍ପତି ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଚମ୍ପୁଆ ଥାନା ଅଧିକାରୀ ଗଗନ ନାୟକ ସୂଚନା ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.