ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଧାନୋମ୍ ଘେବ୍ରିଏସସ୍ କହିଛନ୍ତି। ଏପରି ସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ପୃଥିବୀର ବିଭିନ୍ନ ଗରିବ ଦେଶରେ ଲୋକଙ୍କୁ ଭାକ୍ସିନ୍ ଦିଆଯିବା ଅପରିହାର୍ଯ୍ୟ ହୋଇପଡ଼ିଥିବାବେଳେ ସେ ଧନୀ ଏବଂ ବିକଶିତ ଦେଶଗୁଡ଼ିକୁ ଭାକ୍ସିନ୍ ମାଗିଛନ୍ତି। ଭାକ୍ସିନ୍ ନେଇ ନ ଥିବା ଲୋକଙ୍କଠାରେ ଅଧିକ ଡେଲ୍ଟା ଭାରିଆଣ୍ଟ୍ ସଂକ୍ରମଣ ଦେଖାଦେଉଥିବା ସେ କହିଛନ୍ତି। କରୋନା ମହାମାରୀ ଭୂତାଣୁର ଶୀଘ୍ର ମ୍ୟୁଟେଶନ୍ ହେଉଥିବାରୁ ନୂଆ ନୂଆ ଭାରିଆଣ୍ଟ୍ ସୃଷ୍ଟି ହେଉଛି। ତେବେ ଭାକ୍ସିନ୍ ନେବା ଦ୍ୱାରା ଏହା ବିରୋଧରେ ଲଢ଼େଇ ସମ୍ଭବ ବୋଲି ସେ ସୂଚନା ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.