ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ସମୟରେ ଦେଶକୁ ଏକ ମଜଭୁତ ବିପକ୍ଷ ତଥା କଂଗ୍ରେସ ଦଳ ମଧ୍ୟରେ ଆଭ୍ୟନ୍ତରୀଣ ସନ୍ତୁଳନ ରକ୍ଷା କରିବା ଆବଶ୍ୟକ। ଭାରତକୁ ପୁନର୍ବାର କଂଗ୍ରେସ ସରକାର ଦରକାର କିନ୍ତୁ ଦଳକୁ ଦର୍ଶାଇବାକୁ ପଡିବ ଯେ ଏହା ସକ୍ରିୟ ଏବଂ ସାର୍ଥକ ଭାବରେ କାର୍ଯ୍ୟ କରିବାକୁ ଇଚ୍ଛୁକ। କଂଗ୍ରେସ ଶୀଘ୍ର ସାଂଗଠନିକ ନିର୍ବାଚନ କରିବା ଆବଶ୍ୟକ, କେନ୍ଦ୍ରୀୟ ଏବଂ ରାଜ୍ୟ ସ୍ତରରେ ବ୍ୟାପକ ସଂସ୍କାର ଆଣିବା ଦରକାର ବୋଲି ସିବଲ କହିଛନ୍ତି। ସିବଲ ଏହା ମଧ୍ୟ କହିଛନ୍ତି ଯେ ଦେଶରେ ରାଜନୈତିକ ବିକଳ୍ପ ଅଭାବ ରହିଛି। ଦେଶକୁ ଏକ ଶକ୍ତିଶାଳୀ, ବିଶ୍ୱସନୀୟ ବିରୋଧୀର ଆବଶ୍ୟକତା ରହିଛି । କଂଗ୍ରେସର ଅଭିଜ୍ଞ ଏବଂ ଯୁବକମାନଙ୍କ ମଧ୍ୟରେ ସନ୍ତୁଳନ ରକ୍ଷା କରିବାର ଏକ ଜରୁରୀ ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।
କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...
ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍ଆଇ; ଆଉ ତା’ ପରେ…
ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍ଆଇ ବା ସବ୍-ଇନ୍ସପେକ୍ଟରଙ୍କ...
ସେପ୍ଟେମ୍ବରରେ ନୋଭାଭାକ୍ସ
ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି।...
ମାଆବାପା ପଜିଟିଭ୍ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି
ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍ ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍ ଦିଆଯିବା ନେଇ ସରକାର...
ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି
ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା...
ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ
ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...


