ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହେବ। ଓ୍ବିଲିୟମସନ ବାମ କହୁଣିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତେବେ ସେ ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଖେଳିବେ। ଓ୍ବିଲିୟମସନଙ୍କ ସ୍ଥାନରେ ବାମହାତୀ ବ୍ୟାଟ୍ସମ୍ୟାନ ଟମ୍ ଲଥାମ ଦ୍ୱିତୀୟ ଟେଷ୍ଟରେ ଅଧିନାୟକ ଦାୟିତ୍ୱ ତୁଲାଇବେ। ଲଥାମ ତୃତୀୟ ଥରପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବାକୁ ଯାଉଥିବାବେଳେ ଓ୍ବିଲିୟମସନଙ୍କ ସ୍ଥାନରେ ଓ୍ବିଲ୍ ୟଙ୍ଗ୍ ପ୍ଲେଇଂ ଇଲେଭେନରେ ସାମିଲ ହୋଇଛନ୍ତି। ନ୍ୟୁଜିଲାଣ୍ଡ କ୍ରିକେଟ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଓ୍ବିଲିୟମସନଙ୍କ କହୁଣି ଯନ୍ତ୍ରଣା ବହୁ ପୁରୁଣା। ଏଥିପାଇଁ ସେ ଗତ ମାର୍ଚ୍ଚରେ ମଧ୍ୟ ମ୍ୟାଚ ମିସ୍ କରିଥିଲେ। କୋଚ୍ ଗ୍ୟାରୀ ଷ୍ଟେଡ୍ ମଧ୍ୟ ଏହି କଥାକୁ ଦୋହରାଇଛନ୍ତି। ୩୦ ବର୍ଷୀୟ ଓ୍ବିଲିୟମସନଙ୍କୁ ଏହି ସମସ୍ୟା ଅନେକ ସମୟରେ ଅସୁବିଧାରେ ପକାଇ ଆସୁଛି ବୋଲି ଷ୍ଟେଡ କହିଛନ୍ତି। ତାଙ୍କ କହୁଣିରେ ଇଞ୍ଜେକ୍ସନ ଦିଆ ଯାଇଛି। ପରେ ସେ ଆଶ୍ୱସ୍ତ ଅନୁଭବ କରୁଛନ୍ତି ଏବଂ ତାଙ୍କ ଚିକିତ୍ସା ଜାରି ରହିଛି । ତେବେ ଜୁନ ୧୮ରେ ସାଉଥାମ୍ପଟନରେ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ବେଳକୁ ସେ ସମ୍ପୂର୍ଣ୍ଣ ଫିଟ୍ ହୋଇଯାଇଥିବେ ବୋଲି ଷ୍ଟେଡ ଆଶା ପ୍ରକାଶ କରିଛନ୍ତି। ଆଗାମୀ ଗୁରୁତ୍ୱପୂର୍ଣ୍ଣ ଫାଇନାଲକୁ ଦୃଷ୍ଟିରେ ରଖି ଦ୍ୱିତୀୟ ଟେଷ୍ଟ ପାଇଁ ରୋଟେଶନ ଭିତ୍ତିରେ ପେସ୍ ବୋଲରଙ୍କୁ ବିଶ୍ରାମ ଦିଆଯିବ ବୋଲି ଲଥାମ ସୂଚନା ଦେଇଛନ୍ତି।
ଟିମ୍ ଇଣ୍ଡିଆର ୩ ବ୍ୟାଟ୍ସ୍ମ୍ୟାନ୍ ଆଇସିସିର ଟପ୍ ୧୦ରେ…
ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍ରେ ଭାରତ ନ୍ୟୁଜିଲାଣ୍ଡ୍ ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍ ର଼୍ୟାଙ୍କିଙ୍ଗ୍...
ପ୍ରମୋଦଙ୍କୁ ପାରାଲିମ୍ପିକ୍ସ ଯୋଗ୍ୟତା
ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରୀଡ଼ା ପାଇଁ ମଙ୍ଗଳବାର ଆସିଛି ଏକ ଖୁସି ଖବର। ରାଜ୍ୟର ପାରା ବ୍ୟାଡ୍ମିଣ୍ଟନ ତାରକା ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତ ଟୋକିଓ...
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: ଓ୍ବିଲିୟମସନଙ୍କୁ ହଟାଇଲେ ସ୍ମିଥ
ଦୁବାଇ, ୧୭।୬(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍ ବ୍ୟାଟ୍ସମ୍ୟାନ ତାଲିକାର ନମ୍ବର ଓ୍ବାନ ସ୍ଥାନରୁ ନ୍ୟୁଜିଲାଣ୍ଡର କେନ୍ ଓ୍ବିଲିୟମସନଙ୍କୁ ହଟାଇଛନ୍ତି ଅଷ୍ଟ୍ରେଲିଆର ଷ୍ଟିଭେନ ସ୍ମିଥ।...
ମିଷ୍ଟର ଡିପେଣ୍ଡବୁଲ୍ ଟିମ୍ ଇଣ୍ଟିଆ କୋଚ୍: ସୂଚନା ଦେଲେ ଗାଙ୍ଗୁଲୀ…
କୋଲକାତା,୧୫।୬: ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆ କୋଚ୍ ଭାବେ ମିଷ୍ଟର ଡିପେଣ୍ଡବୁଲ୍ ରାହୁଲ ଦ୍ରାବିଡ୍ଙ୍କୁ ନିଯୁକ୍ତ କରାଯାଇଛି।...
୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍ ହେଲେ ଆଶ୍ଚର୍ଯ୍ୟ
ଭାରତରେ କ୍ରିକେଟ୍ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...
ଆଇସିସି ହଲ୍ ଅଫ୍ ଫେମ୍ରେ ଭିନୁ ମଙ୍କଡ଼
ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍ ଅଫ୍ ଫେମ୍ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ...
ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ
କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ...
ୟୁରୋକପ୍ ଫୁଟ୍ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ
ମ୍ୟୁନିକ୍,୧୭।୬: ୟୁରୋକପ୍ ଫୁଟ୍ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...


