Categories: ଖେଳ

ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ

ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍‌ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହେବ। ଓ୍ବିଲିୟମସନ ବାମ କହୁଣିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତେବେ ସେ ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଖେଳିବେ। ଓ୍ବିଲିୟମସନଙ୍କ ସ୍ଥାନରେ ବାମହାତୀ ବ୍ୟାଟ୍ସମ୍ୟାନ ଟମ୍‌ ଲଥାମ ଦ୍ୱିତୀୟ ଟେଷ୍ଟରେ ଅଧିନାୟକ ଦାୟିତ୍ୱ ତୁଲାଇବେ। ଲଥାମ ତୃତୀୟ ଥରପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବାକୁ ଯାଉଥିବାବେଳେ ଓ୍ବିଲିୟମସନଙ୍କ ସ୍ଥାନରେ ଓ୍ବିଲ୍‌ ୟଙ୍ଗ୍‌ ପ୍ଲେଇଂ ଇଲେଭେନରେ ସାମିଲ ହୋଇଛନ୍ତି। ନ୍ୟୁଜିଲାଣ୍ଡ କ୍ରିକେଟ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଓ୍ବିଲିୟମସନଙ୍କ କହୁଣି ଯନ୍ତ୍ରଣା ବହୁ ପୁରୁଣା। ଏଥିପାଇଁ ସେ ଗତ ମାର୍ଚ୍ଚରେ ମଧ୍ୟ ମ୍ୟାଚ ମିସ୍‌ କରିଥିଲେ। କୋଚ୍‌ ଗ୍ୟାରୀ ଷ୍ଟେଡ୍‌ ମଧ୍ୟ ଏହି କଥାକୁ ଦୋହରାଇଛନ୍ତି। ୩୦ ବର୍ଷୀୟ ଓ୍ବିଲିୟମସନଙ୍କୁ ଏହି ସମସ୍ୟା ଅନେକ ସମୟରେ ଅସୁବିଧାରେ ପକାଇ ଆସୁଛି ବୋଲି ଷ୍ଟେଡ କହିଛନ୍ତି। ତାଙ୍କ କହୁଣିରେ ଇଞ୍ଜେକ୍ସନ ଦିଆ ଯାଇଛି। ପରେ ସେ ଆଶ୍ୱସ୍ତ ଅନୁଭବ କରୁଛନ୍ତି ଏବଂ ତାଙ୍କ ଚିକିତ୍ସା ଜାରି ରହିଛି । ତେବେ ଜୁନ ୧୮ରେ ସାଉଥାମ୍ପଟନରେ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ବେଳକୁ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇଯାଇଥିବେ ବୋଲି ଷ୍ଟେଡ ଆଶା ପ୍ରକାଶ କରିଛନ୍ତି। ଆଗାମୀ ଗୁରୁତ୍ୱପୂର୍ଣ୍ଣ ଫାଇନାଲକୁ ଦୃଷ୍ଟିରେ ରଖି ଦ୍ୱିତୀୟ ଟେଷ୍ଟ ପାଇଁ ରୋଟେଶନ ଭିତ୍ତିରେ ପେସ୍‌ ବୋଲରଙ୍କୁ ବିଶ୍ରାମ ଦିଆଯିବ ବୋଲି ଲଥାମ ସୂଚନା ଦେଇଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.