Categories: ଖେଳ

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର ବିଜେତା ତଥା ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଙ୍କୁ ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଗଦା ସହ ପୁରୁସ୍କାର ବାବଦକୁ ୧.୬ ନିୟୁତ ଡଲାର (୧୧.୭୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ପ୍ରଦାନ କରାଯିବ। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ୨ ବର୍ଷ ଧରି ୯ଟି ଦଳ ମଧ୍ୟରେ ଖେଳାଯାଇଥିବା ପ୍ରତିଯୋଗିତାରେ ଦ୍ୱିତୀୟ ତଥା ରନର୍ସଅପ୍‌ ଦଳକୁ ୮ ଲକ୍ଷ ଡଲାର ପ୍ରଦାନ କରାଯିବ। ଯଦି ଡବ୍ଲ୍ୟୁଟିସି ଫାଇନାଲ ଡ୍ର’ ହୁଏ, ତେବେ ଚାମ୍ପିୟନ ଓ ରନର୍ସଅପ୍‌ ପାଇଁ ରଖାଯାଇଥିବା ପୁରସ୍କାର ରାଶିକୁ ମିଶାଇ ଅଧା ଅଧା ଭାଗ କରାଯିବ।

ସେହିଭଳି ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ତାଲିକାର ୩ୟ ସ୍ଥାନରେ ଥିବା ଦଳକୁ ୪.୫ ଲକ୍ଷ, ଚତୁର୍ଥ ଦଳକୁ ୩.୫ ଲକ୍ଷ ଓ ୫ମ ଦଳକୁ ୨ ଲକ୍ଷ ଡଲାର ପୁରସ୍କାର ବାବଦକୁ ଦିଆଯିବ। ପ୍ରତିଯୋଗିତାର ଅନ୍ୟ ୪ ଦଳକୁ ୧ ଲକ୍ଷ ଲେଖାଏ ଡଲାର ଦିଆଯିବ ବୋଲି ଆଇସିସି ପକ୍ଷରୁ କୁହାଯାଇଛି। ପୂର୍ବରୁ ଆଇସିସି ଟେଷ୍ଟ ଦଳଗତ ର଼୍ୟାଙ୍କିଙ୍ଗ୍‌ ଶୀର୍ଷରେ ଥିବା ଦଳକୁ ଟେଷ୍ଟ ଗଦା ପ୍ରଦାନ କରାଯାଉଥିଲା। ଏବେ ଡବ୍ଲ୍ୟୁଟିସି ଚାମ୍ପିୟନକୁ ଏହି ଟ୍ରଫି ହସ୍ତାନ୍ତର କରାଯିବ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.