ପୁରୀ ଅଫିସ, ୧ା୬: କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ। କେବଳ ଆଲୋଚନା ଚାଲିଛି। ସ୍ନାନଯାତ୍ରା ସହ ସଂଶ୍ଲିଷ୍ଟ ସମସ୍ତ ବ୍ୟକ୍ତିବିଶେଷଙ୍କ ସହିତ ବିଚାର ବିମର୍ଶ କରାଯିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲାପାଳ ସମର୍ଥ ବର୍ମା ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜିଲାପାଳ ବର୍ମା କହିଛନ୍ତି, ପୁରୀ ଜିଲାରେ ଏବେ ଦୈନିକ କୋଭିଡ୍ ସଂକ୍ରମଣ ୩ଶହରୁ ୪ଶହ ରହୁଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷର ଚନ୍ଦନଯାତ୍ରାକୁ ବିନା ଭକ୍ତରେ କରାଯାଉଛି। ଯଦି ଏଭଳି କୋଭିଡ୍ ସ୍ଥିତି ଜାରି ରହେ ତେବେ ଆଗକୁ ମଧ୍ୟ ବିନା ଭକ୍ତରେ ସ୍ନାନଯାତ୍ରା ହେବାର ସମ୍ଭାବନା ରହିଛି। ତେବେ ଏ ନେଇ ବିଧିବଦ୍ଧ ଭାବେ କିଛି ନିଷ୍ପତ୍ତି ନିଆଯାଇନାହିଁ କି ସ୍ନାନଯାତ୍ରା ସଂକ୍ରାନ୍ତ କୌଣସି ବୈଠକ ଏପର୍ଯ୍ୟନ୍ତ ହୋଇନାହିଁ। ବୈଠକ ନ ହେବା ପୂର୍ବରୁ ସ୍ନାନଯାତ୍ରା ସମ୍ପର୍କରେ ସ୍ପଷ୍ଟ ଭାବେ କୁହାଯାଇପାରିବ ନାହିଁ। ସ୍ନାନଯାତ୍ରା ସହ ସମ୍ପୃକ୍ତ ସେବାୟତ ଏବଂ ଅନ୍ୟ ପକ୍ଷଙ୍କ ସହ ପ୍ରଶାସନ ଆଲୋଚନା କରିବ। ଏହାପରେ ସହମତି ଭିତ୍ତିରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଶ୍ରୀମନ୍ଦିର ପ୍ରଶାସନ ଏନେଇ ବିଧିବଦ୍ଧ ଭାବେ ସୂଚନା ଦେବେ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଚଳିତବର୍ଷ ଜୁନ୍ ୨୪ରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଗତବର୍ଷ କରୋନା ଯୋଗୁ ବିନା ଭକ୍ତରେ ସ୍ନାନଯାତ୍ରା ସମ୍ପନ୍ନ ହୋଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.