ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ ନେଇଛି ନ୍ୟୁଜିଲାଣ୍ଡ। ୧୪୪ ବର୍ଷର ଇତିହାସରେ ପ୍ରଥମ ଦଳ ଭାବେ କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଟେଷ୍ଟ ଚାମ୍ପିୟନ ଆଖ୍ୟା ପାଇଛି। ଦୀର୍ଘ ୨୧ ବର୍ଷ ପରେ ପ୍ରଥମ ଥର ପାଇଁ କୌଣସି ଆଇସିସି ଟ୍ରଫି ହାତେଇଛି ନ୍ୟୁଜିଲାଣ୍ଡ।
୧୩୯ ରନ୍ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ନ୍ୟୁଜିଲାଣ୍ଡକୁ ଆରମ୍ଭରୁ ଡବଲ ଝଟ୍କା ଦେଇଥିଲେ ଭାରତୀୟ ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। କିଛି ଆଶା ସଞ୍ଚାର ହୋଇଥିଲା। ମାତ୍ର ଅଧିନାୟକ କେନ ଓ୍ବିଲିୟମସନ (୫୨) ଓ ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର (୪୭) ଟିମ୍ ଇଣ୍ଡିଆ ହାତରୁ ଛଡ଼ାଇ ନେଇଥିଲେ ଟ୍ରଫି। ଦୁହେଁ ତୃତୀୟ ଉଇକେଟ ପାଇଁ ଯୋଡ଼ିଥିଲେ ୯୬ ରନ୍।
ପ୍ରଥମ ଇନିଂସରେ ଭାରତ ୨୧୭ ରନ୍ କରିଥିବାବେଳେ ୨୪୯ ରନ୍ରେ ସୀମିତ ରହିଥିଲା ନ୍ୟୁଜିଲାଣ୍ଡ। ୩୨ ରନ୍ରେ ପଛୁଆ ଥିବା ଟିମ୍ ଇଣ୍ଡିଆ ଦ୍ୱିତୀୟ ଇନିଂସରେ ୧୭୦ ରନ୍ରେ ଅଲଆଉଟ୍ ହୋଇଯାଇଥିଲା। ଫଳରେ ନ୍ୟୁଜିଲାଣ୍ଡ ଆଗରେ ଧାର୍ଯ୍ୟ ହୋଇଥିଲା ୧୩୯ ରନ୍ର ବିଜୟଲକ୍ଷ୍ୟ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.