କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍ ଲେନ୍ସ୍ଥିତ ବାସଗୃହରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍ସିବି ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଘୋଷଣା କରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ସ୍ବାମୀ ଶଶିଭୂଷଣ ତ୍ରିପାଠୀ ଉପସ୍ଥିତ ଥିଲେ। ଗୁରୁବାର ମୀନାକ୍ଷୀଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।
୧୯୫୫ ଅଗଷ୍ଟ ୧ରେ ପୁରୀ ଜିଲା ଶ୍ରୀପୁରୁଷୋତ୍ତମପୁର ଗ୍ରାମରେ ମୀନାକ୍ଷୀ ଜନ୍ମଗ୍ରହଣ କରିଥିଲେ। ସେ ହାଇସ୍କୁଲରେ ପଢୁଥିବାବେଳେ ପ୍ରେସିଡେଣ୍ଟ ଗାଇଡ୍ ରୂପେ ରାଷ୍ଟ୍ରପତିଙ୍କଠାରୁ ମାନପତ୍ର ଲାଭ କରିଥିଲେ। ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ୧୯୮୦ରୁ ୧୯୮୩ ପର୍ଯ୍ୟନ୍ତ ଝାରସୁଗୁଡ଼ାସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟରେ ଅଧ୍ୟାପିକା ଭାବେ ଦାୟିତ୍ୱ ତୁଲାଇଥିଲେ। ଏହାପରେ ୧୯୯୨ରୁ ୨୦୧୫ ପର୍ଯ୍ୟନ୍ତ ସେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ଇଣ୍ଡିଆନ କାଉନ୍ସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚର ଗବେଷଣା ସହଯୋଗୀ ଭାବେ କାର୍ଯ୍ୟ କରିଥିଲେ। ଏଥିସହ ସେ ‘ଅନ୍ୟ ଜଣେ ସୁଲୋଚନା’, ‘ଝରାପତ୍ରର ଗୀତି’, ‘ମଣିଷ ପରି ମଣିଷ’ ଭଳିି ପ୍ରାୟ ୩୦ ପୁସ୍ତକ ରଚନା କରିଥିଲେ। ସାହିତ୍ୟ ସାଧନା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସେ ସମ୍ବର୍ଦ୍ଧିତ ହେବା ସହ ବହୁ ପୁରସ୍କାର ଓ ସମ୍ମାନ ଲାଭ କରିଥିଲେ। ଏଥିସହ ସେ ଦୂରଦର୍ଶନ ଓ ଆକାଶବାଣୀର ସ୍ବୀକୃତିପ୍ରାପ୍ତ ଗୀତିକାର ଓ ଗୀତିକବି ସମାଜର ସମ୍ପାଦକ ଥିଲେ। ତାଙ୍କ ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓଡ଼ିଆ ପରାମର୍ଶଦାତା ପରିଷଦ ଆବାହକ ବିଜୟାନନ୍ଦ ସିଂ, ସଦସ୍ୟ ଅମରେଶ ପଟ୍ଟନାୟକ, ବିଜୟ କୁମାର ଶତପଥୀ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା, ଉତ୍କଳ ସାହିତ୍ୟ ସମାଜର ସଭାପତି ତରୁଣ କୁମାର ସାହୁ, ଉପସଭାପତି ସଞ୍ଜିତ୍ ପଟ୍ଟନାୟକ, ଶିଶୁସାହିତ୍ୟ ଲେଖକ ସମ୍ମେଳନର ସାଧାରଣ ସମ୍ପାଦକ ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.