ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ମଧ୍ୟରେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସୋମବାର ସକାଳ ସାଢ଼େ ୮ ପର୍ଯ୍ୟନ୍ତ ଏସବୁ ଜିଲାର ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଲଘୁଚାପ ସୃଷ୍ଟି ହୋଇଥିବାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.