ଖଇରା,୧୦।୬(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ଖଇରା ପୋଲିସ ତୁଟୋ ଗ୍ରାମର ସଂପୃକ୍ତ ଯୁବକ ରଶ୍ମିରଞ୍ଜନ ଦାସ(୨୪)ଙ୍କୁ ଧରି ଥାନାରେ ଅଟକ ରଖିଛି। ସୂଚନାଯୋଗ୍ୟ, ରବିନ୍ଦ୍ର ଦାସଙ୍କ ପୁଅ ରଶ୍ମି କିଛି ଦିନ ତଳେ ସେହି ଗ୍ରାମର ୯ମ ଶ୍ରେଣୀରେ ପଢୁଥିବା ନାବାଳିକାଙ୍କୁ ପ୍ରେମ ନିବେଦନ କରିଥିଲେ। ଏନେଇ ନାବାଳିକା ଜଣକ ଘରେ ଜଣାଇବା ପରେ ଗ୍ରାମରେ ଏକ ବୈଠକ ଡକାଯାଇଥିଲା। ରଶ୍ମି ଉକ୍ତ ବୈଠକରେ ଭୁଲ ମାଗିଥିଲେ। ଏହାକୁ ନେଇ ରଶ୍ମି ପ୍ରତିଶୋଧ ପରାୟଣ ହୋଇପଡ଼ିଥିଲେ। ଗୁରୁବାର ସକାଳେ ନାବାଳିକା ଜଣକ ସମ୍ପେଇ ଗ୍ରାମକୁ ଟ୍ୟୁସନ ଯାଉଥିବା ବେଳେ ଏହାର ସୁଯୋଗ ଉଠାଇ ଅନ୍ୟ ୪ଜଣ ସାଙ୍ଗଙ୍କ ସହ ମିଶି ରଶ୍ମି ଉକ୍ତ ନାବାଳିକାକୁ ଆକ୍ରମଣ କରିଥିଲେ। ତେବେ ନାବାଳିକାଙ୍କ ଅନ୍ୟ ସାଙ୍ଗମାନଙ୍କୁ ଆକ୍ରମଣର ଭୟ ଦେଖାଇବାରୁ ସେମାନେ ପାଖକୁ ନ ଯାଇ ସେଠାରୁ ପଳାଇଯାଇଥିଲେ। ପରେ ଏନେଇ ସେମାନେ ପରିବାର ଓ ଗାଁଲୋକଙ୍କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚିବା ପରେ ରଶ୍ମି ଉକ୍ତ ନାବାଳିକାଙ୍କୁ ମୁର୍ମୁଷ ଅବସ୍ଥାରେ ଛାଡ଼ି ପଳାଇଥିଲେ। ରଶ୍ମି ଅତି ନିର୍ମମ ଭାବେ ନାବାଳିକାଙ୍କ କାନ, ମୁହଁ ତଥା ଶରୀରର ବିଭିନ୍ନ ଅଂଶକୁ କାଟି ରକ୍ତାକ୍ତ କରିଦେଇଥିବା ଜଣାପଡ଼ିଛି। ପରେ ଉକ୍ତ ନାବାଳିକାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଖଇରା ଓ ପରେ ଗୁରୁତର ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ
Posted inଆମ ଜିଲା ଖବର, ବାଲେଶ୍ୱର View All
ଗୋରୁ ଗୋଠ ଉପରେ ବଜ୍ରପାତ
ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ
ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାରରେ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ,...
ବଞ୍ଚାଇଦେଲା ପୋଷା କୁକୁର
ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...
ସିଏସ୍ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ
ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ...
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...
ସେଲ୍ଫି ନିଶା ନେଲା ୨ ଯୁବକଙ୍କ ଜୀବନ
ରାଜଗାଙ୍ଗପୁର,୬।୬: ସେଲ୍ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ...
ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ
ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...


