ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି କ୍ଲାସ୍ ହେବ। ଏଥିପାଇଁ କ୍ଲାସ୍ରୁମ୍ ପ୍ରସ୍ତୁତ ରଖିବା ପାଇଁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ବୁଧବାର ଏହି ସମସ୍ତ ଜିଲାର ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି। କ୍ଲାସ୍ ରୁମ୍ କିପରି ପ୍ରସ୍ତୁତ ହେବ ସେ ନେଇ ମଧ୍ୟ ଚିଠିରେ ଦର୍ଶାଯାଇଛି। କ୍ଲାସ୍ ରୁମ୍ର କାନ୍ଥ ଧଳା ରଙ୍ଗର ହେବା ସହିତ ଉପଯୁକ୍ତ ଲାଇଟ୍ର ବ୍ୟବସ୍ଥା, ଏସି କିମ୍ବା ଅତି କମ୍ରେ ସିଲିଂ ଫ୍ୟାନ୍ ଲଗାଯାଇଥିବା ଦରକାର। ସେହିପରି କମ୍ପ୍ୟୁଟର କିମ୍ବା ଲାପ୍ଟପ୍, ଦୁଇଟି କ୍ୟାମେରା, ଲାପଲ ମାଇକ୍ରୋଫୋନ, କ୍ୟାମେରା ଷ୍ଟାଣ୍ଡ୍ ଇତ୍ୟାଦି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ତେବେ ୧୭ ତାରିଖ ସୁଦ୍ଧା କ୍ଲାସ୍ ରୁମ୍ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଫଳରେ ଏହି ଭର୍ଚୁଆଲ କ୍ଲାସ୍ ସହଜରେ ପରିଚାଳିତ ହେବ ଏବଂ ପୂର୍ବରୁ ଟ୍ରାଏଲ୍ ମଧ୍ୟ ହୋଇପାରିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.